ଜଗନ୍ନାଥ ନାଏକ
ଜଗନ୍ନାଥ ନାଏକ (ଜନ୍ମ: ୨୭ ଜୁନ ୧୯୭୭) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପାଟଣା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଜନ୍ମ, ପରିବାର ଓ ଶିକ୍ଷାଜଗନ୍ନାଥ ନାଏକ ୧୯୭୭ ମସିହାର ଜୁନ ୨୭ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ କାହ୍ନୁ ଚରଣ ନାଏକ ଓ ପତ୍ନୀଙ୍କ ନାମ ଅଞ୍ଜିତା ନାଏକ ।[୧] ରାଜନୈତିକ ଜୀବନଜଗନ୍ନାଥ ନାଏକ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି ।[୧] ୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ ବିଜେଡିର ପ୍ରାର୍ଥୀ ଭାବରେ ପାଟଣା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୫୯,୦୬୨ ଖଣ୍ଡ ଭୋଟ୍ ପାଇଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜନତା ପାର୍ଟିର ପାର୍ଥୀ ଅଖିଳ ଚନ୍ଦ୍ର ନାଏକଙ୍କଠାରୁ ୩୭,୯୭୯ ଖଣ୍ଡ ଭୋଟ୍ରେ ପରାସ୍ତ ହୋଇଥିଲେ ।[୨] ଆଧାର
ବାହାର ଆଧାର
|
Portal di Ensiklopedia Dunia