ନବୀନ ନନ୍ଦ
ନବୀନ ନନ୍ଦ (ଜନ୍ମ: ୮ ଫେବୃଆରୀ୧୯୫୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି ।[୧] ନବୀନ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି । ୨୦୦୦ ଓ ୨୦୦୯ ମସିହାରେ ହୋଇଥିବା ଓଡ଼ିଆ ବିଧାନ ସଭା ନିର୍ବାଚନରେ ସେ ଗଁଦିଆ ଓ ଢେଙ୍କାନାଳ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ ଓ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଜନ୍ମ, ପରିବାର ଓ ଶିକ୍ଷାନବୀନ ୧୯୫୯ ମସିହାର ଫେବୃଆରୀ ମାସ ୮ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ହାଟ କିଶୋର ନନ୍ଦ ଓ ପତ୍ନୀଙ୍କ ନାମ ରଞ୍ଜିତା ନନ୍ଦ । ତାଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ।[୨] ରାଜନୈତିକ ଜୀବନନବୀନ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି ।[୧] ପୂର୍ବରୁ ସେ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି ଓ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି ।[୩] ଆଧାର
|
Portal di Ensiklopedia Dunia