ନେତ୍ରାନନ୍ଦ ମଲ୍ଲିକ
ନେତ୍ରାନନ୍ଦ ମଲ୍ଲିକ (ଜନ୍ମ: ୨୧ ଅପ୍ରେଲ ୧୯୪୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଏବଂ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ୧୯୮୦, ୧୯୮୫, ୧୯୯୫ ଓ ୨୦୦୪ ମସିହାରେ ସେ ଭାରତୀୟ ଜାତୀୟ କଂଗ୍ରେସର ପ୍ରତିନିଧି ଭାବରେ ଚାନ୍ଦବାଲି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୮ମ, ୯ମ, ୧୧ଶ ଓ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧] ସେ ୧୯୮୯ ମସିହାରୁ ୧୯୯୦ ମସିହା ଯାଏଁ ଏବଂ ୧୯୯୫ ମସିହାରୁ ୨୦୦୦ ମସିହାଯାଏଁ ଓଡ଼ିଶା ବିଧାନ ସଭାରେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।[୧] ଜନ୍ମ, ଶିକ୍ଷା ଓ ପରିବାରନେତ୍ରାନନ୍ଦ ମଲ୍ଲିକ ୧୯୪୯ ମସିହାର ଅପ୍ରେଲ ମାସ ୨୧ ତାରିଖରେ ଭଦ୍ରକ ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ ।[୨] ତାଙ୍କ ବାପାଙ୍କ ନାମ ଥିଲା ବନମାଳୀ ମଲ୍ଲିକ । ନେତ୍ରାନନ୍ଦଙ୍କର ଶିକ୍ଷାଗତ ଯୋଗ୍ୟତା ହେଉଛି କଳାରେ ସ୍ନାତକ । ସେ ବସନ୍ତ ମଞ୍ଜରୀ ମଲ୍ଲିକଙ୍କୁ ବିବାହ କରିଥିଲେ ।[୩] ଏହି ଦମ୍ପତ୍ତିଙ୍କର ୩ ଜଣ ପୁଅ ଏବଂ ୩ ଜଣ ଝିଅ ଅଛନ୍ତି । ରାଜନୈତିକ ଜୀବନନେତ୍ରାନନ୍ଦ ମଲ୍ଲିକ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ସଭ୍ୟ ଭାବରେ କାର୍ଯ୍ୟ କରିଥିଲେ ଏବଂ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ୧୯୮୦, ୧୯୮୫, ୧୯୯୫ ଓ ୨୦୦୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭାରତୀୟ ଜାତୀୟ କଂଗ୍ରେସର ପ୍ରତିନିଧି ଭାବରେ ଚାନ୍ଦବାଲି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୮ମ, ୯ମ, ୧୧ଶ ଓ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ନେତ୍ରାନନ୍ଦ ୧୯୮୯ ମସିହାରେ ପ୍ରଥମ ଥର ପାଇଁ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ୭ ଡିସେମ୍ବର ୧୯୮୯ରୁ ୩ ମାର୍ଚ୍ଚ ୧୯୯୦ ଯାଏଁ ସେ ଜଙ୍ଗଲ ଓ ପରିବେଶ ବିଭାଗ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ପରେ ୨୧ ମାର୍ଚ୍ଚ ୧୯୯୫ରୁ ୨୪ ଅଗଷ୍ଟ ୧୯୯୮ ଯାଏଁ ସୂଚନା ଓ ଲୋକ ସମ୍ପର୍କ ମନ୍ତ୍ରୀ ଭାବରେ, ୨୪ ଅଗଷ୍ଟ ୧୯୯୮ରୁ ୬ ଡିସେମ୍ବର ୧୯୯୯ ଯାଏଁ ରାଜ୍ୟ ପର୍ଯ୍ୟଟନ ଓ ସଂସ୍କୃତି ବିଭାଗର ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ୨୦୦୯ ମସିହାରେ ହୋଇଥିବା ସାଧାରଣ ନିର୍ବାଚନରେ ନେତ୍ରାନନ୍ଦ ଧାମନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଭାରତୀୟ ଜାତୀୟ କଂଗ୍ରେସର ପ୍ରତିନିଧି ଭାବରେ ୧୪ଶ ଓଡ଼ିଶା ବିଧାନ ସଭା ପାଇଁ ନିର୍ବାଚନ ଲଢ଼ିଥିଲେ, ମାତ୍ର ଏହି ବିଧାନ ସଭାରେ ସେ ସମୁଦାୟ ୨୯,୮୪୪ ଖଣ୍ଡ ଭୋଟ ପାଇ ୩ୟ ସ୍ଥାନରେ ରହିଥିଲେ ।[୪] ଆଧାର
|
Portal di Ensiklopedia Dunia